ଭୁବନେଶ୍ୱର: ପାଠ୍ୟପୁସ୍ତକ ତ୍ରୁଟି ଘଟଣା । ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ । ପାଠ୍ୟପୁସ୍ତକ ତ୍ରୁଟି ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ରୁଜୁ କରିଥିବା ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ପ୍ରମୁଖ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଆବେଦନ କରିଛନ୍ତି । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କ ଅଧିନରେ ସହକାରୀ ନିର୍ଦ୍ଦେଶକ ଓ ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ଅଧିକାରୀଙ୍କ ମଧ୍ୟରୁ କେତେକ ଏହି ଆବେଦନକାରୀଙ୍କ ମଧ୍ୟରେ ରହିଛନ୍ତି ।
ଅନୁପମ ଘୋଷ ଓ ଅସୀମ କୁମାର ଘୋଷଙ୍କ ଆଗୁଆ ଜାମିନ ଆବେଦନ ମଧ୍ୟ ହାଇକୋର୍ଟରେ ବିଚାରାଧୀନ ରହିଛି। ଗତ ସପ୍ତାହରେ ଏହି ମାମଲାରେ କ୍ରାଇମବ୍ରାଞ୍ଚ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କୁ ଗିରଫ କରିଥିଲା । ଏହି ମାମଲାରେ ରହିଥିବା ଅଭିଯୋଗରେ ସରକାରୀ ଅଧିକାରୀ ଓ କେତେକ ଘରୋଇ ପୁସ୍ତକ ପ୍ରକାଶନୀ ସଂସ୍ଥା ପ୍ରସଂଗରେ ଉଲ୍ଲେଖ କରାଯାଇଛି ।










