27.1 C
Bhubaneswar
Sunday, September 8, 2024
Homeଓଡିଶାବିଜେପି ଯେଉଁ ଅଭିଯୋଗ ଆଣୁଛି, ତାହାର ପ୍ରମାଣ ନାହିଁ

ବିଜେପି ଯେଉଁ ଅଭିଯୋଗ ଆଣୁଛି, ତାହାର ପ୍ରମାଣ ନାହିଁ

ମମିତା ମେହେର ହତ୍ୟାକାଣ୍ଡକୁ ନେଇ ବିଜେଡି ଏକ ସାମ୍ବାଦିକ ସମ୍ମିଳନୀ କରିଛି । ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗକୁ ବିଜେପି ରାଜନୀତିର ରୂପରେଖ ଦେଉଛି ବୋଲି ଅଭିଯୋଗ କରିଛି ବିଜେଡି । ଏହାଛଡ଼ା ବିଜେଡି ପକ୍ଷରୁ ଏହାମଧ୍ୟ କୁହାଯାଇଛି ଯେ, ବିଜେପି ମହିଳା ମୋର୍ଚ୍ଚା ଶସ୍ତା ଓ ହୀନ ରାଜନୀତି କରୁଛି । ଥରେ ମାମଲା ରୁଜୁ ହେଲେ, ତଦନ୍ତ ଚାଲେ ।
ଜାଣିଶୁଣି ବିଜେପି ପୁଣି ମାମଲା ରୁଜୁ କରୁଛି । କାହା ଫେସ ମିଡିଆରେ କିଏ କେତେ ସମୟ ଦେଖାଯିବ, ସେମାନଙ୍କ ଭିତରେ ପ୍ରତିଯୋଗିତା ଚାଲିଛି । ସେଥିପାଇଁ ଗତକାଲି ସେମାନେ ଥାନାରେ ଠେଲାପେଲା ହେଉଥିଲେ । ବିଜେପି ଯେଉଁ ଅଭିଯୋଗ ଆଣୁଛି, ତାହାର ପ୍ରମାଣ ନାହିଁ । ତେବେ ଖାଲି ଟ୍ୱିଟ କରିଦେଲେ ଅଭିଯୋଗ ସତ ହୋଇଯିବନି । ହେଲେ ବିଜେପି ତଥ୍ୟ ପ୍ରମାଣ ଦେଇପାରୁନି ।

ଅଭିଯୁକ୍ତ ଧରା ପଡ଼ିଛି । ପୀଡ଼ିତାକୁ ନ୍ୟାୟ ମିଳୁ । ଅଭିଯୁକ୍ତ ଦଣ୍ଡ ପାଇବା ଆମର ମୂଳ ଲକ୍ଷ୍ୟ ବୋଲି କହିଛି ବିଜେଡି । ବିଜେପି ବିକ୍ଷୋଭ ପ୍ରଦର୍ଶନ କରି ସେ ସ୍କୁଲରେ ପଢ଼ୁଥିବା ପିଲାମାନଙ୍କ ଭବିଷ୍ୟତ ଖରାପ କରୁଛି ବୋଲି କହିଛି ବିଜେଡି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking