32.1 C
Bhubaneswar
Sunday, February 16, 2025
Homeଓଡିଶା୧୧ ପରେ ବଢ଼ିବ ବର୍ଷାର ପରିମାଣ

୧୧ ପରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର : ଆସନ୍ତା ୧୧ ତାରିଖ ପରେ ବଢ଼ିବ ବର୍ଷାର ପରିମାଣ। ଏଥିସହ ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହେବାନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ର ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ୯ ଓ ୧୦ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୧ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking