35.1 C
Bhubaneswar
Thursday, May 7, 2026
Homeଓଡିଶାରାଜ୍ୟରେ ବଢିବ ବର୍ଷାର ପରିମାଣ

ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର : ବଙ୍ଗୋପସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟର ଏକାଧିକ ସ୍ଥାନରେ ବର୍ଷା ହେଉଥିବା ବେଳେ ଧୀରେ ଧୀରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି। ବିଶେଷ କରି ରଥଯାତ୍ରାରେ ପୁରୀ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking