36.1 C
Bhubaneswar
Saturday, May 18, 2024
Homeଅପରାଧତୁଚ୍ଛ ହେଲା ରକ୍ତ ସମ୍ପର୍କ, ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ

ତୁଚ୍ଛ ହେଲା ରକ୍ତ ସମ୍ପର୍କ, ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ

ଢେଙ୍କାନାଳ : ତୁଚ୍ଛ ହେଲା ରକ୍ତ ସମ୍ପର୍କ। ସାନ ଭାଇକୁ ଜଣେ ବ୍ୟକ୍ତି କଟୁରୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ସଦରଥାନା ଅନ୍ତର୍ଗତ ସୋଗରପଷୀ ଦେହୁରୀ ସାହିରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଅଭୟ ଦେହୁରୀ। ପୁଲିସ ପ୍ରଶାନ୍ତ ଦେହୁରୀଙ୍କୁ ଗିରଫ କରି ପଚରାଉଚରା କରୁଛି।

ଗତକାଲି ସନ୍ଧ୍ୟା ସମୟରେ ଅଭୟ କୋଠ ଘରୁ ଘରକୁ ଫେରୁଥିଲେ। ଏହି ସମୟରେ ବାଟରେ ଅଭୟଙ୍କୁ କଟୁରୀରେ ଆକ୍ରମଣ କରିଥିଲେ ପ୍ରଶାନ୍ତ। ସ୍ଥାନୀୟ ଲୋକେ ଅଭୟଙ୍କ ପାଟି ଶୁଣି ଦୌଡ଼ି ଆସିଥିଲେ। ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ପ୍ରଶାନ୍ତଙ୍କୁ ଗିରଫ କରି ପଚରାଉଚରା କରୁଛି। କେଉଁ କାରଣ ପାଇଁ ପ୍ରଶାନ୍ତ ଅଭୟଙ୍କୁ ହତ୍ୟା କଲେ ତାର କାରଣ ଜଣାପଡ଼ିନାହିଁ। ଅଭୟଙ୍କ ସହ ପ୍ରଶାନ୍ତଙ୍କର କୌଣସି ପୂର୍ବ ଶତ୍ରୁତା ନଥିବା ପରିବାର ଲୋକେ କହିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking