ବରଗଡ଼ : ବରଗଡ଼ ଜିଲ୍ଲା ଅତାବିରା ବ୍ଲକର ବ୍ରାହ୍ମଣ ଟୁକୁରା ରାଧାପଡ଼ା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର। ମୃତ ବ୍ୟକ୍ତି ଜଣକ ବିଦେଶୀ ଗହିର ବୋଲି ଜଣାପଡିଛି । ସୂଚନା ଅନୁସାରେ, ଗତ ବୁଧବାର ବିଦେଶୀ ଗହିର କୌଣସି କାମ ପାଇଁ ଘର ବାହାରକୁ ଆସିଥିଲେ କିନ୍ତୁ ଆଉ ଘରକୁ ଫେରିନଥିଲେ । ଗତ ଗୁରୁବାର ସକାଳୁ ପରିବାର ଲୋକ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ପାଇନଥିଲେ । ପରେ ପରିବାର ଲୋକ ଥାନାରେ ଅଭିଯୋଗ କରିଥିଲେ । ଗୁରୁବାର ଅପରାହ୍ନରେ ଉକ୍ତ ଯୁବକଙ୍କ ମୃତଦେହ କେନାଲରୁ ଉଦ୍ଧାର କରାଯାଇଥିଲା । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଘଟଣାର ତଦନ୍ତ କରିଥିଲା । ଏହି ଘଟଣା ସମ୍ପର୍କରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ କରି ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।