ବଲାଙ୍ଗିର : ହସପିଟାଲ ପରିସରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରୁ ସିଟି ସ୍କାନ ୱାର୍ଡ ପଛପଟେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏଯାଏଁ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ହାତରେ ଛୁଞ୍ଚି ଲାଗିଥିବାରୁ ରୋଗୀ ହୋଇଥିବା ସନ୍ଦେହ କରାଯାଉଛି । ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ଅନ୍ୟ କିଛି କାରଣ ଜଣାପଡିନାହିଁ । ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି । ଘଟଣାର ତଦନ୍ତ କରୁଛି ।