26.1 C
Bhubaneswar
Tuesday, June 3, 2025
Homeଓଡିଶାରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର

ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ହତ୍ୟାକାଣ୍ଡର ଅଭିଯୁକ୍ତକୁ ହତ୍ୟା। ଢେଙ୍କାନାଳ କାମାକ୍ଷାନଗରରେ ଏହି ଘଟଣା ଘଟିଛି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ବହୁ ଚର୍ଚ୍ଚିତ ଦୀପକ ମାହୁଁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସାହୁଙ୍କୁ ବିଭତ୍ସ ଭାବେ ହତ୍ୟା କଲେ ଦୁର୍ବୁତ୍ତ । କାମାକ୍ଷାନଗର ଥାନା ଆଳତୁମା ଗାଁ ରେଲୱେ ଓଭର ବ୍ରିଜ ପାଖ ସଉରିଆ ନିକଟରେ ହତ୍ୟାକାଣ୍ଡ ଘଟିଛି । ଘଟଣାସ୍ଥଳରୁ ରକ୍ତ ଜୁଡୁବୁଡୁ ମୃତ ଦେହ ସହ ଗୁଳି ଜବତ । ବିଳମ୍ବିତ ରାତିରେ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୁତ୍ତ ।

ଗତ ୨୦୨୧ ମସିହା ସେପ୍ଟେମ୍ବର ମାସ ୨୪ ତାରିଖ ବିଳମ୍ବିତ ରାତିରେ ବାରୁଆଁର ପୂର୍ବତନ ସମିତିସଭ୍ୟ ଦୀପକ ମାହୁଁନ୍ତଙ୍କୁ ନିର୍ମମ ହତ୍ୟା କରାଯାଇଥିଲା । କରାଯାଇଥିଲା ପଣ୍ଡୁଆ-ଜିରାଳ ରାସ୍ତାର ଜାମୁନାଳୀ ନିକଟରେ ତାଙ୍କୁ ହତ୍ୟା କରାଯାଇଥିଲା । ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଥିଲେ ନିରଞ୍ଜନ ସାହୁ ।

ଗତ କିଛି ମାସ ତଳେ ବେଲରେ ଆସିଥିଲେ ନିରଞ୍ଜନ।ହେଲେ ଗତକାଲି ରାତିରେ କିଛି ଦୁର୍ବୃତ୍ତ ନିରଂଜନଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ସନ୍ଦେହ କରଯାଉଛି, ତାଙ୍କୁ ଆଗରୁ ହିଁ ଟାର୍ଗେଟ କରାଯାଇଥିଲା। ଜେଲରୁ ଆସିବା ଯୋଜନାବଦ୍ଧ ଭାବେ ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । ଘଟଣା ସ୍ଥଳରେ କାମାକ୍ଷାନଗର ଏସଡିପିଓ ପ୍ରଭାତ ରଞ୍ଜନ ତ୍ରିପାଠୀ ଓ ଥାନା ଅଧିକାରୀ ଶରତ ମହାଳିକଙ୍କ ତନାଘନା ଜାରି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking