28.1 C
Bhubaneswar
Monday, March 30, 2026
Homeଓଡିଶାକାଉଡିଆଙ୍କ ଉପରେ ମାଡ଼ିଗଲା କାର

କାଉଡିଆଙ୍କ ଉପରେ ମାଡ଼ିଗଲା କାର

କଟକ : କାଉଡିଆଙ୍କ ଉପରେ ମାଡ଼ିଗଲା କାର। ଫଳରେ ଜଣେ ମହିଳା କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ କାଉଡ଼ିଆ ଗୁରୁତର ହୋଇଛନ୍ତି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ତହସିଲ ଛକ ନିକଟରେ ଘଟିଛି। ମୃତ ମହିଳା କାଉଡିଅଜଣଙ୍କ ହେଲେ ବସପଦା ଜିହ୍ନିପୁରର ଚିନ୍ମୟୀ ବେହେରା । ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଥିବା ଦୁଇ କାଉଡ଼ିଆ ହେଲେ ଦୀପ୍ତିରଞ୍ଜନ ରାଉତ ଓ ପୂର୍ଣ ଚନ୍ଦ୍ର ବେହେରା। ସୂଚନା ଅନୁଯାୟୀ, ଗତକାଲି ୩୭ଜଣ କାଉଡ଼ିଆ ଭକ୍ତ ନିଶ୍ଚିନ୍ତକୋଇଲି ତହସିଲ ଛକ ନିକଟ ବାବୁଜଙ୍ଗରୁ ପାଣି ଉଠାଇଥିଲେ। ସେଠାରୁ ସେମାନେ ପାଇକରାପୁର ସିଦ୍ଧେଶ୍ୱର ମହାଦେବଙ୍କ ପାଖକୁ ଯାଉଥିଲେ। ମାତ୍ର କାଉଡ଼ିଆମାନେ ନିଶ୍ଚିନ୍ତକୋଇଲି ତହସିଲ ଛକ ନିକଟରେ ହୋଇଥିବା ବେଳେ ପଛରୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍‌ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ଏହାପରେ କାର୍‌ଟି ଭାରସାମ୍ୟ ହରାଇ କାଉଡ଼ିଆମାନଙ୍କ ସହ ଯାଉଥିବା ପିକଅପ ଭ୍ୟାନରେ ପିଟି ହୋଇଗଲା। ଏହାପରେ ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ୩ ଜଣଙ୍କୁ ନିଶ୍ଚିନ୍ତକୋଇଲି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ମହିଳାଙ୍କୁ ମୃତ ଘୋଷଣା କରିଥିଲେ। ଏଥିସହ ଗୁରୁତର ୨ ଜଣଙ୍କୁ କଟକ ବଡ ମେଡିକାଲକୁ ରେଫର କରାଯାଇଛି।ଘଟଣା ଘଟିବା ପରେ କାର୍‌ ଡ୍ରାଇଭରକୁ ଅଟକ ରଖି ନିଶ୍ଚିନ୍ତକୋଇଲି ପୁଲିସ ଅଧିକ ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking