19.1 C
Bhubaneswar
Monday, November 18, 2024
Homeଦେଶ ବିଦେଶରିହାତି ଦରରେ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର

ରିହାତି ଦରରେ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର

ବ୍ୟୁରୋ: କେନ୍ଦ୍ର ସରକାର ରିହାତି ଦରରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ଚଣା ଡାଲି ଯୋଗାଇ ଦେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ôଥକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ମୂଲ୍ୟ ସମର୍ଥନ ଯୋଜନା ଏବଂ ମୂଲ୍ୟ ସ୍ଥିରତା ପାଣ୍ଠି ଅଧୀନରେ କିଣାଯାଇଥିବା ଡାଲି ଷ୍ଟକରୁ କେନ୍ଦ୍ର ସରକାର ଏହି ଚଣା ରାଜ୍ୟମାନଙ୍କୁ ଯୋଗାଇ ଦେବେ । ଏହି ଡାଲିକୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ବିଭିନ୍ନ କଲ୍ୟାଣମୂଳକ ଯୋଜନାରେ ଉପଯୋଗ କରିବେ । ଅନ୍ୟପଟେ ବିରି, ହରଡ଼ ଓ ମସୁର ଡାଲି ପାଇଁ ମୂଲ୍ୟ ସମର୍ଥନ ଯୋଜନା ଅଧୀନରେ ଗୁଣବତ୍ତା କ୍ରୟ ସୀମାକୁ ୨୫%ରୁ ୪୦%କୁ ବୃଦ୍ଧି ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

ଏହି ଯୋଜନାରେ, କିଲୋ ପ୍ରତି ୮ଟଙ୍କା ରିହାତିରେ ୧୫ ଲକ୍ଷ ମେଟ୍ରିକ୍ ଟନ୍ ଚଣା ଯୋଗାଇ ଦେବା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ପ୍ରସ୍ତାବ ଦିଆଯାଇଛି । ପ୍ରଥମେ ଅନୁରୋଧ ଆସିଥିବା ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଙ୍କୁ ପ୍ରଥମେ ଏହି ଯୋଜନାର ସୁବିଧା ମିଳିପାରିବ । ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରଗୁଡିକ ସେମାନଙ୍କର ବିଭିନ୍ନ କଲ୍ୟାଣମୂଳକ କାର୍ଯ୍ୟକ୍ରମ/ଯୋଜନା ମଧ୍ୟାହ୍ନ ଭୋଜନ, ସାଧାରଣ ବଣ୍ଟନ ବ୍ୟବସ୍ଥା, ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟକ୍ରମ (ଆଇସିଡିପି) ଆଦିରେ ଏହିସବୁ ଡାଲିକୁ ନିଜ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶରେ ଉପଯୋଗ କରିବେ । ୧୨ ମାସର ଏକକାଳୀନ ବିତରଣ ଅବଧି କିମ୍ବା ୧୫ ଲକ୍ଷ ମେଟ୍ରିକ ଟନ୍ ଚଣା ଷ୍ଟକ୍ ସରିବା ପର୍ଯ୍ୟନ୍ତ, ଯାହା ପ୍ରଥମେ ହେବ ସେହି ସୀମା ଅନୁଯାୟୀ ଏହି ସୁବିଧା ଉପଲବ୍ଧ ରହିବ । ଏଥିପାଇଁ କେନ୍ଦ୍ର ସରକାର ୧୨୦୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking