ପୁରୀ: ଆରମ୍ଭ ହେଲା ରଥଟଣା । ଛେରାପହଁରା ପରେ ଆରମ୍ଭ ହେଲା ରଥଟଣା । ଗଡିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ ।ଥମେ ପ୍ରଭୁ ସୁଦର୍ଶନଙ୍କର ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିଛନ୍ତି। ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିଲା, ଯାହା ପୂରଣ ହୋଇଛି। ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ସାଢେ ୪ଟାରେ ଗଡ଼ିବା ଆରମ୍ଭ କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।