27.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିଲ୍ଲୀସ୍ଥିତ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସକାଳ ୯ଟାରେ ରାଜଘାଟରେ ପହଞ୍ଚି ମହାତ୍ମାଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ପରେ ପୂର୍ବାହ୍ନ ୧୧ଟାରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ଭେଟିବାର କାର୍ୟ୍ୟକ୍ରମ ରହିଛି। ସେହିପରି ଦିନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଯୋଗଦେବେ।ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking