34.5 C
Bhubaneswar
Tuesday, April 7, 2026
Homeଓଡିଶାଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ । ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ । ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି। ଓଡ଼ିଶାକୁ ନମ୍ବର ରାଜ୍ୟରେ ପରିଣତ କରିବାକୁ ବିଜେପି ନିଜ ନିର୍ବାଚନୀ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲା। ତେଣୁ ଓଡ଼ିଶାବାସୀଙ୍କ ଦିଆଯାଇଥିବା ପ୍ରତିଶ୍ରୁତି କିପରି ପାଳନ କରାଯିବ ତାହା ଉପରେ ବିସ୍ତୃତ ଭାବେ ଦଳର ଶୀର୍ଷନେତୃବୃନ୍ଦ ଆଲୋଚନା କରିବେ ବୋଲି ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking