23.1 C
Bhubaneswar
Sunday, March 22, 2026
Homeଓଡିଶାନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର : ମା ସମଲେଇଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପବିତ୍ର ନୂଆଁଖାଇ ଅବସରରେ ସିଏମ କିଷାନ ସହାୟତା କାର୍ଯ୍ୟକ୍ରମର ଶୁଭାରମ୍ଭ କାର୍ଯ୍ୟକ୍ରମ ରହିଛି। ସିଏମ କିଷାନ ସ୍ୱତନ୍ତ୍ର ଅଭିଯାନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସମ୍ବଲପୁର ଆସିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ନୂଆଁଖାଇର ପବିତ୍ର ଅବସରରେ ମା ସମଲେଇଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚାଷୀକୂଳର ସମୃଦ୍ଧି ଏବଂ ଓଡ଼ିଶାବାସୀଙ୍କ କଲ୍ୟାଣ ପାଇଁ ମା’ ସମଲେଇଙ୍କୁ ଦର୍ଶନ କରି ଆଶିଷ ଗ୍ରହଣ କରିଛନ୍ତି। ମା ସମଲେଇଙ୍କ ପୀଠରେ ବସି ନବାନ୍ନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତେ ଗୋଟିଏ ସ୍ଥାନରେ ବସି ନୂଆଁ ଖାଇଥିଲେ। ଆଜି ଅପରାହ୍ନ ସାଢେ ୪ଟାରେ ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking