40.1 C
Bhubaneswar
Thursday, April 25, 2024
Homeଓଡିଶାଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୌପଦୀ ମୁର୍ମୁ ପ୍ରାର୍ଥୀ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ସୁଭେଚ୍ଛା ଜଣାଇଛନ୍ତି । ଏସମ୍ପର୍କରେ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସହ କଥା ହୋଇଥିବାରୁ ସେ ଖୁସୀ ବ୍ୟକ୍ତି କରିଛନ୍ତି । ଏବଂ ଏହା ଓଡ଼ିଶା ପାଇଁ ଏକ ଗର୍ବର ବିଷୟ । ଶ୍ରୀମତୀ ମୁର୍ମୁ ମହିଳା ଶସକ୍ତିକରଣ କ୍ଷେତ୍ରରେ ଦେଶ ପାଇଁ ଏକ ଉଦାହରଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଟୁଇଟ ପରେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦ୍ରୌପଦୀ ମୁର୍ମୁ ।

୨୦୧୫ ରୁ ୨୦୨୧ ମଧ୍ୟରେ ଝାଡ଼ଖଣ୍ଡର ରାଜ୍ୟପାଳ ରହିସାରିଛନ୍ତି। ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ପ୍ରଥମେ ୨୦୦୦ ଓ ପରେ ୨୦୦୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ମେଣ୍ଟ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି । ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଓଡ଼ିଶା ସରକାର ଅଧିନରେ ଜଳସେଚନ ଓ ବିଦ୍ୟୁତ ବିଭାଗରେ କନିଷ୍ଠ ସହାୟକ ଭାବେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି । ଏହାପରେ ରାଇରଙ୍ଗପୁରଠାରେ ଥିବା ଅରବିନ୍ଦ ଇଂଟିଗ୍ରାଲ ଏଜୁକେସନରେ ଶିକ୍ଷକତା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking