30.1 C
Bhubaneswar
Friday, May 30, 2025
Homeଓଡିଶାପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମଧ୍ୟପ୍ରଦେଶ ଛତିଶଗଡ ଓ ରାଜସ୍ଥାନ ପାଇଁ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସକାଳେ ଟେଲିଫୋନ ଯୋଗେ କଥା ହୋଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

୩ ରାଜ୍ୟରେ ବିଜେପି ଦମ୍‌ଦାର ବିଜୟ ହାସଲ କରିଛି। ୩ ଡିସେମ୍ବରରେ ୪ ରାଜ୍ୟ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଏବଂ ତେଲେଙ୍ଗାନାର ବିଧାନସଭା ନିର୍ବାଚନର ଭୋଟ୍‌ ଗଣତି ହୋଇଛି। ଏଥିରେ ବିଜେପି ୩ଟି ରାଜ୍ୟ ନିଜ କବ୍‌ଜାକୁ ନେଇଥିବା ବେଳେ ଗୋଟିଏ ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଛି। ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ରେ ବିଜେପିର ବିପୁଳ ବିଜୟ ହୋଇଥିବା ବେଳେ ତେଲେଙ୍ଗାନାରେ କଂଗ୍ରେସ ବହୁମତ ହାସଲ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking