ଭୁବନେଶ୍ୱର : ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ସାରା ଦେଶରୁ ରଥଯାତ୍ରା ଉପଲକ୍ଷେ ଛୁଟୁଛି ଶୁଭେଚ୍ଛାର ସୁଅ । ଦେଶ ତଥା ବିଶ୍ବର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଚାହିଁ ରହିୁଛନ୍ତି । ଶ୍ରୀଜଗନ୍ନାଥ ସଂସ୍କୃତିର ମୂଳପୀଠ ପୁରୀଠାରୁ ଆରମ୍ଭ କରି ଦେଶ ଓ ବିଶ୍ୱବ୍ୟାପୀ ରଥଯାତ୍ରା ପାଳନ କରାଯାଉଛି । ଦେଶର ବିଭିନ୍ନ ସ୍ଥାନରେ ରଥଯାତ୍ରାର ନୀତିକାନ୍ତି ଆରମ୍ଭ ହୋଇସାରିଲାଣି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି । ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଠିକ୍ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଏହି ମହାପର୍ବ ଅବସରରେ ମୁଁ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କଙ୍କ ନିକଟରେ ପ୍ରାର୍ଥନା କରୁଛି। ରାଜ୍ୟ ତଥା ଦେଶର ଉନ୍ନତି ଓ ସମସ୍ତଙ୍କର ସୁଖ ଓ ଶାନ୍ତି ପାଇଁ ସେ ବିଶ୍ଵନିୟନ୍ତାଙ୍କ ନିକଟରେ ପ୍ରାର୍ଥନା କରୁଛି।