25.8 C
Bhubaneswar
Saturday, July 27, 2024
Homeଓଡିଶାପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ କରି କହିଛନ୍ତି ଆମ ଗୌରବମୟ ନୌବାଣିଜ୍ୟ ପରମ୍ପରାକୁ ସ୍ମରଣ କରି ଆସନ୍ତୁ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢିବା।

ସେପଟେ ଆ କା ମା ବୈ ପାନଗୁଆ ଥୋଇ… ପାନ ଗୁଆ ତୋ’ର.. ମାସକ ଧରମ ମୋର କହି କାର୍ତ୍ତିକ ମାସର ଶେଷ ଦିନରେ ପୁସ୍କରିଣୀରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଇ ଡଙ୍ଗା ଭସାଯାଇଛି । ଭୋରରୁ ଜଳାଶୟରେ ପରମ୍ପରା ପାଳନ କରାଯାଇଛି । ପୁରୀ ମହୋଦଧୀ, ତୀର୍ଥ ପୁଷ୍କରିଣୀ, ଭୁବନେଶ୍ବର ବିନ୍ଦୁସାଗର, କଟକ ନଈପଠା ଓ ଯାଜପୁର ଦଶ୍ବାଶମେଧ ଘାଟ ପରି ଅନେକ ତୀର୍ଥ ସ୍ଥାନରେ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ । ସେପଟେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ରାଜରାଜେଶ୍ବର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking