22.1 C
Bhubaneswar
Wednesday, January 15, 2025
Homeଓଡିଶାରାଜ୍ୟସ୍ଥରୀୟ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ଥରୀୟ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ୭୭ତମ ରାଜ୍ୟସ୍ଥରୀୟ ସ୍ୱାଧୀନତା ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି, ବିଶ୍ୱ ଇତିହାସରେ ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା। ଭାରତ ଆଜି ନିଜକୁ ଏକ ପ୍ରମୁଖ ଶକ୍ତିରେ ପରିଣତ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ମହାକାଶ ଗବେଷଣା କ୍ଷେତ୍ରରେ ଚନ୍ଦ୍ରଯାନ-୩ ଭାରତର ଗୌରବ ବୃଦ୍ଧି କରିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ଆଜି ରୂପାନ୍ତରଣ ହେଉଛି ଏବଂ ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ ଓ ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ସଫଳତା ହାସଲ ସହ ସବୁ କ୍ଷେତ୍ରରେ ୫-ଟି ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ବର୍ଗର ଲୋକେ ଏହି ରୂପାନ୍ତରଣରେ ସାମିଲ ହୋଇଛନ୍ତି ବୋଲି ସେ କହିଛନ୍ତି।

ଏହି ରାଜ୍ୟସ୍ଥରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସ୍ବରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ପୁଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ଏନସିସି ଓଡ଼ିଶାର ଉପମହାନିର୍ଦ୍ଦେଶକ କମୋଡ଼ର ଯେ ସୁରେଶ, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ଟ୍ୱିନ ସିଟି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking