34.1 C
Bhubaneswar
Friday, March 29, 2024
Homeଓଡିଶାମୟୁରଭଞ୍ଜମୟୂରଭଞ୍ଜରେ ପହଞ୍ଚି ସୁବର୍ଣ୍ଣରେଖା ଓ ଦେଓ ଜଳ ସେଚନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜରେ ପହଞ୍ଚି ସୁବର୍ଣ୍ଣରେଖା ଓ ଦେଓ ଜଳ ସେଚନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜ: ମୟୂରଭଞ୍ଜରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜ ଜିଲ୍ଲାର ଦୁଇ ପ୍ରାନ୍ତରେ ଦୁଇଟି ମଧ୍ୟମ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜ ରାସଗୋବିନ୍ଦପୁର ବ୍ଲକ ଟିକପଦାରେ ୬୮୫କୋଟି ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଶୁଭାରମ୍ଭ ହୋଇଛି । ଏଥିରେ ଅତିରିକ୍ତ ୧୭ ହଜାର ୧୨୧ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ହୋଇଛି । ଏହାଦ୍ୱାରା ଉଭୟ ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ । ମୟୂରଭଞ୍ଜର ୧୧ ହଜାର ୬୮୮ ହେକ୍ଟର ଓ ବାଲେଶ୍ୱରର ୫ ହଜାର ୪୩୩ ହେକ୍ଟର ଜମି ଜଳସେଚିତ ହେବ । ମୟୂରଭଞ୍ଜ ଜିଲ୍ଲାର ୭ଟି ବ୍ଲକର ୬୪ଟି ଗାଁ ଓ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକର ୨୩ଟି ଗାଁର ଚାଷୀ ଉପକୃତ ହେବେ । ସେହିପରି କରଞ୍ଜିଆ ସବଡିଭିଜନର ହାତୀବାରିରେ ଦେଓ ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରଞ୍ଜିଆ ହାତୀବାରିରେ ୮୨୩ କୋଟି ବ୍ୟୟରେ ଦେଓନଦୀ ଉପରେ ନିର୍ମିତ ହୋଇଛି ୧ ହଜାର ୨୮୦ ମିଟର ଦୈର୍ଘ୍ୟ ବିଶିଷ୍ଟ ନଦୀବନ୍ଧ । ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ୱରେ ୫୮ କିଲୋମିଟରର କେନାଲ ଦ୍ୱାରା ୩ଟି ବ୍ଲକର ୯ ହଜାର ୯୦୦ ହେକ୍ଟର ଜମି ଜଳସେଚିତ ହେବ । ଏହା ଦ୍ୱାରା ଶହେଟି ଗାଁର ପ୍ରାୟ ୨ ଲକ୍ଷ ଲୋକ ଉପକୃତ ହେବେ । ଏହି ପ୍ରକଳ୍ପ ଦ୍ୱାରା ପଡ଼ୋଶୀ କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକର ୩ ହଜାର ୨୨୩ ହେକ୍ଟର ଚାଷଜମିକୁ ମଧ୍ୟ ପ୍ରକଳ୍ପ ପାଣି ଯୋଗାଇବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking