32.1 C
Bhubaneswar
Monday, July 1, 2024
Homeଦେଶ ବିଦେଶରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିନି ଦିଆଇ ଦିଲ୍ଲୀ ଗସ୍ତରେ ଯାଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକଭାବେ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ପ୍ରକାଶ ଯେ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ। ରାଜ୍ୟରେ ବିଜେପି ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରେ ଏହା ସମସ୍ତଙ୍କ ପ୍ରଥମ ଦିଲ୍ଲୀ ଗସ୍ତ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking