28.1 C
Bhubaneswar
Sunday, June 30, 2024
Homeଦେଶ ବିଦେଶପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତୀ ପରିଡା ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ସୂଚନା ମିଳିଛି । ସୂଚନା ଯୋଗ୍ୟ ଯେ, ପୂର୍ବରୁ ରଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ । ସେହିପରି ଆସନ୍ତାକାଲି (ଶୁକ୍ରବାର) ମଧ୍ୟ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ପରି ପ୍ରମୁଖ ମନ୍ତ୍ରୀମାନଙ୍କ ସହିତ ଭେଟିବେ । ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶେଷ କରି ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ । ଏହା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ । କେନ୍ଦ୍ରର ଆସନ୍ତା ବଜେଟରେ ଓଡ଼ିଶା ପାଇଁ ଅଧିକ ଅର୍ଥ ପ୍ରାବଧାନ କରିବାକୁ ଅନୁରୋଧ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking