27.1 C
Bhubaneswar
Sunday, March 29, 2026
Homeଓଡିଶାହସ୍ପିଟାଲରେ ବିଶ୍ବଭୂଷଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ହସ୍ପିଟାଲରେ ବିଶ୍ବଭୂଷଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆନ୍ଧ୍ର ପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ବିଜେପି ନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥତାବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ହସ୍ପିଟାଲରେ ସାକ୍ଷାତ କରି ଆଶୁ ଆରୋଗ୍ୟ କାମନା କରିଛନ୍ତି। ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ହରିଚନ୍ଦନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସାକ୍ଷାତ ସମୟରେ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking