29.1 C
Bhubaneswar
Thursday, October 6, 2022
Homeଓଡିଶାଭୁବନେଶ୍ୱରଅଭିନେତା ରାଇମୋହନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଅଭିନେତା ରାଇମୋହନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା । ସେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ତେବେ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତାହା ଏପର‌୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଓଲିଉଡ ଜଗତକୁ ଶକ୍ତ ଝଟକା ଲାଗିଛି । ରାଇମୋହନଙ୍କ ମୃତ୍ୟୁ ପରେ ଚାରିଆଡ଼େ ଖେଳିଯାଇଛି ଶୋକର ଛାୟା । ବରିଷ୍ଠ ଅଭିନେତା ରାଇମୋହନଙ୍କ ମୃତ୍ୟୁ ପରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ’ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking