14.1 C
Bhubaneswar
Friday, January 16, 2026
Homeଓଡିଶାଓଡ଼ିଆ ଭାଷାରେ ବିଭାଗର ନଥିପତ୍ର କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ,ତେଣୁ ବିଭାଗ କେଉଁ...

ଓଡ଼ିଆ ଭାଷାରେ ବିଭାଗର ନଥିପତ୍ର କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ,ତେଣୁ ବିଭାଗ କେଉଁ ପଦକ୍ଷେପ ନେଇଛି ତାହା ଆସନ୍ତାକାଲି ଜଣାପଡିବ

ଭୁବନେଶ୍ୱର : ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନୀ ସଫଳତା ପାଇଥିବା ଭାଜପା ସରକାରଙ୍କ କଡ଼ା ଆଭିମୁଖ୍ୟ ଯୋଗୁ ଏବେ ବିଭାଗୀୟ ସଚିବଙ୍କ ଅଡୁଆ ବଢ଼ିବାରେ ଲାଗିଛି । ସମସ୍ତ ବିଭାଗର ନଥିପତ୍ର କାର୍ଯ୍ୟ ଓଡ଼ିଆ ଭାଷାରେ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଇଥିବା ନିର୍ଦ୍ଦେଶକୁ ପାଳନ ପାଇଁ କି ପଦକ୍ଷେପ ନିଆଯାଇଛି ତାହା ଆସନ୍ତା ୨୯ତାରିଖ ସୁଦ୍ଧା ଜଣାଇବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ବିଭାଗୀୟ ସଚିବମାନଙ୍କୁ ରିପୋର୍ଟ ମଗାଯାଇଛି । ଆଉ ମୁଖ୍ୟମନ୍ତ୍ରୀଙ୍କ ଏଭଳି କଡ଼ା ଆଭିମୁଖ୍ୟ ପରେ ବିଭିନ୍ନ ବିଭାଗ ପକ୍ଷରୁ ଓଡ଼ିଆ ଭାଷାରେ ନଥିପତ୍ର ପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି ହେବାରେ ଲାଗିଛି । ସୂଚନା ଅନୁଯାୟୀ , ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ଗତ ୨୫ତାରିଖରେ ସମସ୍ତ ବିଭାଗର ସଚିବଙ୍କୁ ଚିଠି ଲେଖି କହିଛନ୍ତି ଯେ, ଓଡ଼ିଆ ଭାଷାରେ ବିଭାଗର ନଥିପତ୍ର କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।ସରକାରୀସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ବିଭାଗ କେଉଁ ପଦକ୍ଷେପ ନେଇଛି ତାହା ଆସନ୍ତା ୨୯ତାରିଖ ସୁଦ୍ଧା ଜଣାଇବାକୁ ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking