26.1 C
Bhubaneswar
Saturday, September 21, 2024
Homeଓଡିଶାପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠିର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନଙ୍କୁ ଚିଠି ଲେଖି ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ । ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିପାଇଁ ସାରା ଜଗତ ଦୁଃଖିତ । ଆପଣ ମର୍ମାହତ ହେବା ସ୍ୱାଭାବିକ । ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ । ଅଘଟଣ ବିଷୟରେ ଜାଣିବା ପରେ ମୋର ଦୁଇଜଣ ମନ୍ତ୍ରୀଙ୍କୁ ପୁରୀ ଯିବାକୁ କହିଥିଲି । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପୁରୀ ଯାଇଥିଲେ । ଏହାର ପୁନରାବୃତ୍ତି ଯେଭଳି ନ ହେବ ସେଥିଲାଗି ଯତ୍ନବାନ ହେବାକୁ ପରାମର୍ଶ ଦେଇଛି ।

ସେ କହିଛନ୍ତି, ଜଗତର ନାଥ ଜଗନ୍ନାଥ କେବଳ ଓଡିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି । ସେ ସାରା ଜଗତ ଅର୍ଥାତ ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ । ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠିରେ ଉଲ୍ଲେଖ କରିଛନ୍ତି । ଏଥିସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ସେଥିରେ ସାରା ଜଗତ ଦୁଃଖିତ । ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ୱାଭାବିକ ବୋଲି ନବୀନଙ୍କୁ ଚିଠି ଲେଖି କହିଛନ୍ତି ନବୀନ । ଏଥିସହ ସେ ମଧ୍ୟ ଏହି ଘଟଣାରେ ଗଭୀର ଭାବେ ମର୍ମାହତ ବୋଲି କହିଛନ୍ତି ।

ସେପଟେ ଏହି ଅଘଟଣ ଘଟିବା ପରେ, ଯେପରି ଏହି ଘଟଣାର ପୁନରାବୃତ୍ତି ନଘଟିବ ସେଥିପାଇଁ ଯତ୍ନବାନ ହେବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ତା ସହିତ ନବୀନଙ୍କ ଚିଠିକୁ ସେ ଗୁରୁତ୍ୱର ସହ ପଢିଛନ୍ତି ବୋଲି ମୋହନ ମାଝୀ ଚିଠିରେ ଉଲ୍ଲେଖ କରିଛନ୍ତି । ଖାଲି ସେତିକି ନୁହେଁ, ନବୀନଙ୍କ ପରାମର୍ଶ ତାଙ୍କ ପାଇଁ ସବୁବେଳେ ସମ୍ମାନର ସହ ଗ୍ରହଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖି ଜଣାଇଛନ୍ତି ।

 

ମୁଖ୍ୟମନ୍ତ୍ରୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking