30.1 C
Bhubaneswar
Friday, February 13, 2026
Homeଓଡିଶାଶିଳ୍ପ ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କଲେ...

ଶିଳ୍ପ ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶାକୁ ଶିଳ୍ପ କ୍ଷେତ୍ରରେ ଦେଶରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରି ରାଜ୍ୟର ଯୁବକଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶିଳ୍ପ ବିଭାଗ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାରେ ଶିଳ୍ପାୟନକୁ ତ୍ବରାନ୍ବିତ କରିବା ପାଇଁ ଓ ଯୁବକଯୁବତୀ ମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇ ଦେବାକୁ ବ୍ୟାପକ ସୁଯୋଗ ରହିଛି । ଧାତୁ ଓ ଖଣିଭିତ୍ତିକ ଶିଳ୍ପ ସହିତ ବନ୍ଦରଭିତ୍ତିକ ଶିଳ୍ପ ଓ ଆଧୁନିକ ଯୁଗର ଶିଳ୍ପ ପ୍ରତିଷ୍ଠା ଦିଗରେ ଗୁରୁତ୍ବ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଶିଳ୍ପ ପାଇଁ ଏକ ଉତ୍ତମ ପରିବେଶ ସୃଷ୍ଟି ସହିତ ସ୍ଥାନୀୟ ଅଞ୍ଚଳର ବିକାଶ ଉପରେ ମଧ୍ୟ ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ସେ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କର ଓଡିଶା ଉପରେ ସ୍ବତନ୍ତ୍ର ଫୋକସ ରହିଛି । ଆଗାମୀ ୨୫ ବର୍ଷରେ ଓଡିଶା ଦେଶର ବିକାଶର ଦ୍ବାର ହେବ ବୋଲି ସେ କହିଛନ୍ତି। ତେଣୁ ଶିଳ୍ପାୟନ ପାଇଁ ଯାହା ଭିତ୍ତିଭୂମି ବିକାଶ ଆବଶ୍ୟକ ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ ।

ଓଡିଶାରେ ଅଧିକ ସଂଖ୍ୟାରେ ଶ୍ରମଭିତ୍ତିକ ଶିଳ୍ପ ପ୍ରତିଷ୍ଠା ହେଲେ, ସ୍ଥାନୀୟ ଯୁବକଯୁବତୀମାନେ ନିଯୁକ୍ତି ପାଇପାରିବେ ବୋଲି ସେ କହିଥିଲେ । MSME କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା, ଯଥା- ମୁଦ୍ରା, ସ୍ବ-ନିଧି ଓ ବିଶ୍ବକର୍ମା ପରି ଯୋଜନାର ସୁଯୋଗ ଯେପରି ନୂତନ ଉଦ୍ୟାଗୀମାନେ ପାଇପାରିବେ, ତା ଉପରେ ଗୁରୁତ୍ବ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ । ବୈଠକରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚରଣ ସ୍ବାଇଁ ଏବଂ MSME ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଓ MSME ବିଭାଗ ପ୍ରମୁଖ ସଚିବ ଶ୍ରୀ ଶାଶ୍ବତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking