25.1 C
Bhubaneswar
Monday, October 21, 2024
Homeଓଡିଶାପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଲୋଗୋର ଟ୍ୟାଗ୍‌ଲାଇନ୍ – ‘ଭାଷା ହିଁ ଭବିଷ୍ୟତ’
ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କଲେ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି ।
ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ  । ସେ ପୁଣି କହିଛନ୍ତି ଯେ ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର  ବଢ଼ିବ  ଏବଂ   ଆଧୁନିକ  ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking