କଟକ: କଟକ ବେଲଭ୍ୟୁ ଛକରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି । ସହରରେ ପ୍ରଥମ ଥର ପାଇଁ ୧୦ ଫୁଟ ଉଚ୍ଚ ଏବଂ ପାଖାପାଖି ୧୦ କୁଇଣ୍ଟାଲ ଓଜନର ବାଜପେୟୀଙ୍କ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଉଛି । ରାଜ୍ୟ ସରକାରଙ୍କ ସହଯୋଗରେ ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ଲକ୍ଷ୍ମୀଧର ରଣାଙ୍କ ସହ ୨୦ ଜଣ କାରିଗରଙ୍କ ସହଯୋଗରେ ପ୍ରସ୍ତୁତ ହୋଇଛି ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି । ଆଠ ଫୁଟ ଉଚ୍ଚ ଏକ ପଦ୍ମଫୁଲ ଅକୃତିର ଢାଞ୍ଚା ଉପରେ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ସ୍ଥାପନ କରାଯାଇଛି ।