40.1 C
Bhubaneswar
Thursday, April 25, 2024
Homeଓଡିଶାଆସନ୍ତାକାଲି ଚାଷୀଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଚାଷୀଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆସନ୍ତାକାଲି ଉତ୍କଳ ଦିବସରେ ଚାଷୀମାନଙ୍କୁ ‘କାଳିଆ’ କିସ୍ତି ଅର୍ଥ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟର ୫୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଏହି ଅର୍ଥରାଶି ବଣ୍ଟନ କରାଯିବ । ତେବେ ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷିତ ହୋଇଥିବାରୁ ସମ୍ପୃକ୍ତ ଜିଲ୍ଲାର ହିତାଧିକାରୀଙ୍କୁ ଏହି ରାଶି ଉପନିର୍ବାଚନ ପରେ ପ୍ରଦାନ କରାଯିବ । ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ । ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ôଥକ ସହାୟତା ପ୍ରଦାନ କରାଯାଉଛି । ରାଜ୍ୟ ବଜେଟ୍‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି । ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ôଥକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି । ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking