32.1 C
Bhubaneswar
Sunday, October 6, 2024
Homeଓଡିଶା୩ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

୩ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗ ଦେବେ । ଏହା ସହ ଅନ୍ୟାନ୍ୟ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହା ବୈଠକ କରିବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ୟ୍ୟ ସମ୍ପର୍କରେ ଆଲୋଚନା ହେବ। ଏଥିରେ୫ କେନ୍ଦ୍ରମନ୍ତ୍ରୀ, ଡେପୁଟୀ ଏନ୍‌ଏସ୍‌ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ବୈଠକ ପୂର୍ବରୁ ଆଜି ଅମିତ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମାଓବାଦୀ ମୁକାବିଲା ନେଇ ଆଲୋଚନା କରିବେ ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking