32.1 C
Bhubaneswar
Saturday, September 28, 2024
Homeଓଡିଶାଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଝାଡ଼ଖଣ୍ଡ ଯିବେ । ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ରେ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ସେପ୍ଟେମ୍ବର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ।  ସେହିପରି  ଅକ୍ଟୋବର ୧ରେ ଚାଇଁବାସାର କୋଲହାନ ଯିବେ । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ଉଭୟ ସ୍ଥାନରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ବସବାସ କରନ୍ତି ।ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଗତକାଲି ଆସାମ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ବିଜେପିର ସହପ୍ରଭାରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ  ଭେଟିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking