28.1 C
Bhubaneswar
Monday, July 1, 2024
Homeଦେଶ ବିଦେଶଆଜି ଗୃହମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଆଜି ଗୃହମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଆଜି ଗୃହମନ୍ତ୍ରୀଙ୍କୁ ଭେଟିବେ ଓଡ଼ିଶାର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ତେବେ ସେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ । ଆଜି ଅପରାହ୍ନରେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଭେଟିବେ ବୋଲି ସୂଚନା ମିଳିଛି । ଏହି ସମୟରେ ବିଭିନ୍ନ ବିକାଶମୂଳକ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ । ଗୃହମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଅଶ୍ୱନୀ ବୈଷ୍ଣବ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିବେ ବୋଲି କାର୍ଯ୍ୟକ୍ରମ ରହିଛି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking