27.1 C
Bhubaneswar
Sunday, March 29, 2026
Homeଓଡିଶାଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଆଜି ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ । ଏନେଇ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ବୈଠକରେ ମୁଖ୍ୟ ସଚିବ, ରାଜସ୍ୱ ମନ୍ତ୍ରୀ, ଏସଆରସି ଉପସ୍ଥିତ ରହିବେ । ଆଣ୍ଡାମାନ୍‌ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ ବେଳକୁ ଏକ ବାତ୍ୟାର ରୁପନେବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ କ୍ଷ ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking