21.1 C
Bhubaneswar
Friday, February 6, 2026
Homeଓଡିଶାବିନା ବିଶ୍ରାମରେ ସରକାରୀ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ

ବିନା ବିଶ୍ରାମରେ ସରକାରୀ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିନି ଦିନିଆ ଦିଲ୍ଲୀ ଗସ୍ତରେ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ରବିବାର ଦିଲ୍ଲୀଗସ୍ତରୁ ଫେରି କାର୍ଯ୍ୟରେ ଯୋଗଦେଇଛନ୍ତି। ବିନା ବିଶ୍ରାମରେ ଲୋକସେବା ଭବନରେ ବସି କାର୍ଯ୍ୟ କରୁଥିଲେ। ସୂଚନାଯୋଗ୍ୟ, ଗତ ଶୁକ୍ରବାର ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ଦୁଇଟି କାର୍ଯ୍ୟକ୍ରମ ଏବଂ ରାଜ୍ୟ କ୍ୟାବିନେଟ୍ ବୈଠକ ପରେ ରାତିରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ। ଶନିବାର ଦିଲ୍ଲୀରେ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଯୋଗଦେବା ସହିତ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ମଧ୍ୟ କରିଥିଲେ। ରବିବାର ସକାଳ ୭ଟା ବେଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଆସିଥିଲେ। ଭୁବନେଶ୍ୱର ବିମାନବନ୍ଦରରୁ ଓହ୍ଲାଇ ସିଧାସଳଖ ଲୋକସେବା ଭବନକୁ ଆସି ସରକାରୀ କାର୍ଯ୍ୟ କରିଛନ୍ତି। ରବିବାର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କର କେନ୍ଦୁଝର ଜିଲ୍ଲାରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ରହିଥିଲା। ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ଦୈନନ୍ଦିନ କାର୍ଯ୍ୟର ଏକ ଛବି। ଓଡ଼ିଶା ବାସୀଙ୍କ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ବଦ୍ଧ। ସେଥିଲାଗି ଦିନ ରାତି ଏକ କରି କଠିନ ପରିଶ୍ରମ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking