25.1 C
Bhubaneswar
Tuesday, February 24, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ସଚିବ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ସଚିବ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ଭେଟିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ଆଜି ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକଭାବେ ସାକ୍ଷାତ କରିଛନ୍ତି । ଶ୍ରୀ ଆହୁଜା ଆଜି ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟକୁ ଯାଇ ତାଙ୍କୁ ଭେଟିଛନ୍ତି ।  ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି ।  ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର୍।ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ରାଜ୍ୟରେ ବିଜେପି ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ଶ୍ରୀ ଆହୁଜା ଭୁବନେଶ୍ୱର ଫେରି ରବିବାର  ବିଦାୟୀ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking