ପୁରୀ: ପୁରୀ ଗଜପତି ମହାରାଜାଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଆଜି ଅନୁଷ୍ଠିତ ହବ ପୁଷ୍ୟାଭିଷେକ। ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହେବେ। ଏଥିପାଇଁ ଶ୍ରୀନଅରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଗଜପତି ମହାରାଜାଙ୍କୁ ଅଭିମନ୍ତ୍ରୀତ କରାଯିବା ସହ ରାଜ୍ୟର ମଙ୍ଗଳ କାମନା କରାଯାଇଥାଏ।ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ର ଦେବାଭିଷେକ ନୀତି ସମ୍ପର୍ଣ୍ଣ ହେବା ପରେ ପରଂପରା ଅନୁଯାୟୀ ଆଜି ଶ୍ରୀନଅରରେ ଗଜପତିଙ୍କର ରାଜାଭିଷେକ ଅନୁଷ୍ଠିତ ହେବ।ପୌଷପୁର୍ଣିମାର ପୁଷ୍ୟା ନକ୍ଷତ୍ରରେ ଗଜପତିଙ୍କର ପରମ୍ପରା ଅନୁସାରେ ଅଭଷେକ ନୀତି କରାଯିବ। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଅଭିଷେକ ନୀତିକୁ ଆଧାର କରି ଗଜପତି ମହାରାଜାଙ୍କ ରାଜାଭିଷେକ ଉତ୍ସବ ପାଳନ କରାଯାଇଥାଏ। ଏହି ପର୍ବରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଶ୍ରୀନଅରରେ ପାରଂପରିକ ଗଜପତି ପୋଷାକରେ ସିଂହାସନରେ ବସିବା ପରେ ମନ୍ତ୍ର ସ୍ନାନ, ଅଭିଷିକ୍ତ ଜଳ ସିଞ୍ଚନ ହୋଇ ନୂଆ ପଇତା ଲାଗି ହେବା ପରେ ଅଭିଷେକ ଆରମ୍ଭ କରାଯିବ। ଅଭିଷେକ ମହୋତ୍ସବ ପରେ ଶୋଳ ଶାସନରୁ ଆସିଥିବା ବ୍ରାହ୍ମଣମାନେ ଗଜପତିଙ୍କୁ ଶ୍ରୀଫଳ ଓ ପଇତା ଦାନ କରି ଆର୍ଶୀବାଦ ପ୍ରଦାନ କରିବେ।









