37.1 C
Bhubaneswar
Sunday, May 5, 2024
Homeକରୋନା୨ ହଜାର ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୮ ହଜାରରୁ ତଳେ ସକ୍ରିୟ ଆକ୍ରାନ୍ତଙ୍କ...

୨ ହଜାର ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୮ ହଜାରରୁ ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ପୁଣି ୨ ହଜାର ଟପି ଯାଇଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ତଳକୁ ଚାଲି ଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୩୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୧୮,୫୩୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୩୫ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୬୩,୪୦୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୨୯୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking