23.1 C
Bhubaneswar
Monday, January 19, 2026
Homeଓଡିଶାଜାତୀୟ ମହିଳା କମିଶନଙ୍କୁ ତଦନ୍ତ ରିପୋର୍ଟ ପ୍ରଦାନ କଲା କ୍ରାଇମବ୍ରାଞ୍ଚ

ଜାତୀୟ ମହିଳା କମିଶନଙ୍କୁ ତଦନ୍ତ ରିପୋର୍ଟ ପ୍ରଦାନ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର : ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି । ଏହି ସଙ୍ଗୀନ ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶିତ ହେବାପରେ ଜାତୀୟ ମହିଳା କମିଶନ ନିଜ ଆଡ଼ୁ ମାମଲା ରୁଜୁ କରିଥିଲେ। ଏଥିସହ ମାମଲାର ଅଗ୍ରଗତି ନେଇ କ୍ରାଇମବ୍ରାଞ୍ଚକୁ ରିପୋର୍ଟ ମାଗିଥିଲେ। ଏହି ମାମଲାରେ ହୋଇଥିବା ତଦନ୍ତ ରିପୋର୍ଟ ଆଜି ଜାତୀୟ ମହିଳା କମିଶନଙ୍କୁ ହସ୍ତାନ୍ତର କରିଛି କ୍ରାଇମବ୍ରାଞ୍ଚ । ତେବେ ରିପୋର୍ଟରେ କ’ଣ ଉଲ୍ଲେଖ ଅଛି ତାହା ସ୍ପଷ୍ଟ ଭାବେ ଜଣାପଡ଼ିନି।ଭରତପୁର ଥାନାରେ ସେପ୍ଟେମ୍ବର ୧୫ତାରିଖ ରାତିରେ ସେନା ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ପୁଲିସର ଅମାନବୀୟ ଅତ୍ୟାଚାର ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସେପ୍ଟେମ୍ବର ୧୭ତାରିଖରେ ଜାତୀୟ ମହିଳା କମିଶନ ଆକ୍ସନ ମୋଡକୁ ଆସିଥିଲେ । ନିଜଆଡ଼ୁ ମାମଲା ରୁଜୁ କରି ରାଜ୍ୟ ପୁଲିସ ଡିଜିଙ୍କୁ ଚିଠି ଲେଖି ୩ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ସମ୍ପୃକ୍ତ ପୁଲିସ ଅଫିସରମାନଙ୍କ ବିରୁଦ୍ଧରେ ତୁରନ୍ତ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି କମିଶନ ଆଶାବ୍ୟକ୍ତ କରିଥିଲେ। ଏହାପରେ ଆଜି ଏହି ମାମଲାର ରିପୋର୍ଟ କ୍ରାଇମବ୍ରାଞ୍ଚ ଏନସିଡବ୍ଲୁଙ୍କୁ ହସ୍ତାନ୍ତର କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking