32.1 C
Bhubaneswar
Saturday, June 22, 2024
Homeଓଡିଶାପୋଖରୀରୁ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ପୋଖରୀରୁ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ସାକ୍ଷପଡା ସନ୍ତୋଷୀ ମନ୍ଦିର ନିକଟରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଏକ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, ସୋମବାର ମୃତଦେହ ପୋଖରୀରେ ଭାସୁଥିବାର ସ୍ଥାନୀୟ ଲୋକ ଦେଖି ଧନୁପାଲି ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ତେବେ ମୃତ ବ୍ୟକ୍ତି ଜଣକ ବାହାଲପଢାର ପ୍ରଫୁଲ୍ଲ ନାଏକ ବୋଲି ପରିଚୟ ମିଳିଛି । ପୋଲିସର ପ୍ରାଥମିକ ସୁଚନା ଅନୁସାରେ , ପୋଖରୀରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ପୋଲିସ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking