32.1 C
Bhubaneswar
Thursday, March 28, 2024
Homeଓଡିଶାଆଜି ଆଉ ୧୩ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି

ଆଜି ଆଉ ୧୩ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୩ ମୁଣ୍ଡ ନେଇଛି କରୋନା । ଏହା ସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି ।  ଆଜିର ୧୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୪୪୧ରେ ପହଞ୍ଚିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୬୩୮ରହିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି ।





ମୃତକଙ୍କ ମଧ୍ୟରେ ସମ୍ବଲପୁର ଓ ସୁନ୍ଦରଗଡରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ଏବଂ କଟକରୁ ଦୁଇ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । କେନ୍ଦୁଝର, ଖୋର୍ଦ୍ଧା ଏବଂ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ସମ୍ବଲପୁରର ୨ମୃତକ ୫୦ ଓ ୪୨ ବର୍ଷୀୟ ବ୍ୟକ୍ତି ଥିବା ବେଳେ ଅନ୍ୟ କଣେ ୫୮ ବର୍ଷୀୟ ମହିଳା ଥିଲେ । ସୁନ୍ଦରଗଡ଼ର ୩ ମୃତକଙ୍କ ବୟସ ଯଥାକ୍ରମେ ୬୦,୭୦ ଓ ୬୦ ଅଟେ । କଟକର ଦୁଇ ମୃତକଙ୍କ ବୟସ ଯଥାକ୍ରମେ ୪୩ ଓ ୩୨ ଅଟେ ।
ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୩୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୦୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୬୦୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking