30.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ :ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ :ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ଚାଲିଛି । ଆଜି ମଧ୍ୟ ରାଜ୍ୟରୁ କରୋନା ୨ଟି ଜୀବନ ନେଇଛି । ଆଜି ପ୍ରାଣ ହରାଇଥିବା ଦୁଇ ସଂକ୍ରମିତ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି । ସେହିପରି କରୋନା ସଂକ୍ରମିତ ଥାଇ ଅନ୍ୟ ରୋଗରେ ୨୪ଜଣ ପ୍ରାଣ ହରାଇ ସାରିଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି ।

ଆଜିର ମୃତକ ଦ୍ୱୟ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ସେମାନଙ୍କ ବୟସ ଯଥାକ୍ରମେ ୫୧ ଓ ୩୪ ବର୍ଷ ବୋଲି ଜଣାପଡ଼ିଛି । ଉଦ୍ଭୟ ପୁରୁଷ ହୋଇଥିବା ବେଳେ ଜଣେ ରକ୍ତଚାପ ଓ ଅନ୍ୟଜଣେ ମରବିଡ଼ ଅବେସିଟି ରେ ପିଡ଼ୀତ ଥିଲେ । ଏଥିସହ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । କରୋନା ଥାଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩ ଅଟେ ।
ରାଜ୍ୟରେ ଆଜି ୪୯୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାର ୩୯୨କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୪୯୪ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବାେବେଳ ୧୭୨ଜଣ ଆକ୍ରାନ୍ତ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାର ୩୯୨କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୭୯ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୧୦ହଜାର ୪୭୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୪ହଜାର ୮୧୩ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ସେହିପରି ଅନ୍ୟ ୨୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲେ ସେମାନେ ଅନ୍ୟ ରୋଗରେ ମୃତ୍ୟୁବରଣ କରିଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking