22.1 C
Bhubaneswar
Saturday, March 28, 2026
Homeଓଡିଶାବନ୍ଦ ହେବ ଡିଜେ ଗାଡି!

ବନ୍ଦ ହେବ ଡିଜେ ଗାଡି!

ଭୁବନେଶ୍ୱର: ଡିଜେ ଗାଡି ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ର କଟକଣା । ମୂଳଢାଞ୍ଚାକୁ ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି କରାଯାଇଛି । ଗାଡିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା । ଆଇନ ଅନୁଯାୟୀ ଜରିମାନା ସହ ପଞ୍ଜୀକରଣ ଓ ଫିଟନେସ୍ ରଦ୍ଦ ହେବ । ଯାନରେ ଡିଜେ ସିଷ୍ଟମ, ଆମ୍ପ୍ଲିଫାୟର୍, ମିକ୍ସର, ଲେଜର ଲାଇଟ୍ କଣ୍ଟ୍ରୋଲର୍ ବେଆଇନ।ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀ ଦେଇଛନ୍ତି । ଡିଜେ ଗାଡ଼ିର ଶବ୍ଦ, ଆଲୋକ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ବିପଦ। ଲୋକଙ୍କ ସୁରକ୍ଷା ପାଇଁ ଏହି ଅସୁରକ୍ଷିତ ଡିଜେ ଗାଡ଼ିକୁ ରୋକିବା ଆବଶ୍ୟକ। ପାର୍ବଣ ଋତୁରେ ଏଭଳି ବେଆଇନ ଯାନକୁ ବ୍ୟବହାର ନକରିବାକୁ ଅନୁରୋଧ। ଏଥିସହ ପୋଲିସ ବିଭାଗର ମଧ୍ୟ ସହଯୋଗ ଲୋଡ଼ିଲା ଏସଟିଏ।ଏହା ସହିତ ସମସ୍ତ ଆରଟିଓଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲା ଏସଟିଏ । ଡିଜେ ଗାଡି ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking