31.1 C
Bhubaneswar
Friday, February 13, 2026
Homeଓଡିଶାଗଭୀର ଅବପାତରେ ପରିଣତ ହେଲା ଅବପାତ, ୨୩ ସକାଳେ ବାତ୍ୟାର ରୂପ ନେବ

ଗଭୀର ଅବପାତରେ ପରିଣତ ହେଲା ଅବପାତ, ୨୩ ସକାଳେ ବାତ୍ୟାର ରୂପ ନେବ

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି ଅବପାତ। ପାରାଦୀପ ଠାରୁ ୬୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ବର୍ତ୍ତମାନ ଘଣ୍ଟାକୁ ୭ କିମି ବେଗରେ ଗତି କରୁଛି। ୨୩ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବ। କାଳକ୍ରମେ ଏହା ଭୀଷଣ ବାତ୍ୟାରେ ରୂପାନ୍ତରିତ ହେବ। ୨୪ ତାରିଖ ରାତି ଓ ୨୫ ସକାଳ ମଧ୍ୟରେ ଏହା ପୁରୀରୁ ସାଗରଦ୍ଵୀପ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ। ବାତ୍ୟା ପ୍ରଭାବରେ ପୁରୀରୁ ୨୪ ପ୍ରଗଣା ଜିଲ୍ଲା ମଧ୍ୟରେ ପ୍ରବଳ ବର୍ଷା ପବନ ହେବ। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ୧୦୦ ରୁ ୧୨୦ କିମି ରହିବ। ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶୀ ପ୍ରଭାବ ପଡ଼ିବ। କିଛି ସ୍ଥାନରେ ଭୀଷଣ ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking