34.1 C
Bhubaneswar
Wednesday, May 1, 2024
Homeଓଡିଶାଦୁଇ ଜିଲ୍ଲାର ଏସପିଙ୍କୁ ବଦଳାଇଲେ ନିର୍ବାଚନ କମିଶନ

ଦୁଇ ଜିଲ୍ଲାର ଏସପିଙ୍କୁ ବଦଳାଇଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ନିର୍ବାଚନ କମିଶନ ବ୍ରହ୍ମପୁର ଏସପି ଓ ଖୋର୍ଦ୍ଧା ଏସପିଙ୍କୁ ବଦଳି କରିଛନ୍ତି । ବ୍ରହ୍ମପୁରର ଏସପି ଭାବେ ଡ଼.ସାର୍ଥକ ଷଡଙ୍ଗୀଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ଖୋର୍ଦ୍ଧା ଏସପି ଭାବେ ଅବିନାଶ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି ।

ସୂଚନାଯୋଗ୍ୟ, କିଛିଦିନ ତଳେ ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ ଛୋଟଧରଣର ଅଦଳବଦଳ କରିଥିଲେ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଥିଲା । ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ରାଜ୍ୟ ସରକାର କଟକ ଜିଲ୍ଲାପାଳ ଭିନିତ ଭରଦ୍ୱାଜଙ୍କୁ ପଂଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଥିଲେ । ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରୀଙ୍କୁ ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଥିଲା । ଭିନିତଙ୍କ ସ୍ଥାନରେ ଆଇଏଏସ୍ ଅରିନ୍ଦମ ଡାକୁଆ ଓ ପାରୁଲଙ୍କ ସ୍ଥାନରେ ଅନୁପମ ଶାହଙ୍କୁ ଯଥାକ୍ରମେ କଟକ ଓ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking