31.1 C
Bhubaneswar
Wednesday, June 26, 2024
Homeଓଡିଶା୧୭ ତାରିଖ ଯାଏଁ ଭିଜିବ ସାରା ରାଜ୍ୟ

୧୭ ତାରିଖ ଯାଏଁ ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ସିକିମରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଲମ୍ବିଥିବା ଟ୍ରଫଲାଇନ ରବିବାର ଦିନ ଘୂର୍ଣ୍ଣିବଳୟରେ ପରିଣତ ହୋଇ ପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଫଳରେ ଏହାର ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ ବର୍ଷା ହୋଇଛି । ରବିବାର ଦିନ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଗଜପତି, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ, ଖୋର୍ଦ୍ଧା, ଅନୁଗୁଳ ଆଦି ସବୁ ଜିଲ୍ଲାରେ ବର୍ଷା ହୋଇଛି । ତେବେ ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନା ଅନୁଯାୟୀ, ସୋମବାର ଦିନ କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ଭଦ୍ରକ, ପୁରୀ, ମୟୂରଭଞ୍ଜ, ଖୋର୍ଦ୍ଧା, ମାଲକାନଗିରି ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । ସେହିପରି ମଙ୍ଗଳବାର ଦିନ ଅନେକ ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି । ତେବେ ଏହି ବର୍ଷା ଦକ୍ଷିଣ-ପଶ୍ଚିମ ମୌସୁମୀ ଆଣିବା ନେଇ ସକ୍ଷମ ହେବନାହିଁ। ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।  ଏହାର ପ୍ରଭାବରେ ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking