20.1 C
Bhubaneswar
Thursday, February 12, 2026
Homeଅପରାଧଝିଅକୁ ବିଷ ଖୁଆଇ ନିଜେ ଝୁଲି ପଡ଼ିଲେ ବାପା

ଝିଅକୁ ବିଷ ଖୁଆଇ ନିଜେ ଝୁଲି ପଡ଼ିଲେ ବାପା

ନୟାଗଡ଼ : ଝିଅକୁ ବିଷ ଖୁଆଇ ନିଜେ ଝୁଲି ପଡ଼ିଲେ ବାପା । ନୟାଗଡ଼ ସହର ଦେବୋତ୍ତର ଲେନ ୪ରେ ଗତ ରାତିରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତ ବାପଝିଅ ହେଲେ ପୁଲକ ବିଶ୍ୱାଳ ଓ ତାଙ୍କ ୫ ବର୍ଷର ଝିଅ ପଲକ ବିଶ୍ୱାଳ। ପତ୍ନୀ ଓ ଝିଅଙ୍କୁ ନେଇ ପୁଲକ ବିଶ୍ୱାଳଙ୍କ ସଂସାର ବେଶ ହସଖୁସିରେ ଚାଲିଥିଲା। ମାତ୍ର ଅଚାନକ ପ୍ରଥମ ପତ୍ନୀଙ୍କ ମୃତ୍ୟୁ ପରେ ଘୋଟି ଆସିଥିଲା କଳା ବାଦଲ । ଝିଅକୁ ନେଇ କିପରି ବାକି ଜୀବନ କାଟିବେ ସେ ଚିନ୍ତା ତାଙ୍କୁ ୩ ମାସ ପୂର୍ବେ ଦ୍ୱିତୀୟ ବିବାହ କରିଥିଲେ ପୁଲକ । ଗତ ସୋମବାର ପୁଲକଙ୍କ ଦ୍ୱିତୀୟ ପତ୍ନୀ ବାପ ଘରକୁ ଯାଇଥିଲେ । ବାପ ଘରେ ୨ ଦିନ ରହି ନୟାଗଡ଼ସ୍ଥିତ ସ୍ୱାମୀଙ୍କ ପାଖକୁ ଆସିବା ପରେ ଘର ଭିତରୁ କବାଟ ବନ୍ଦ ଥିଲା । ଭିତରୁ ତାଲା ପଡ଼ିଥିବା ଦେଖି ବହୁ ସମୟ ପର୍ଯ୍ୟନ୍ତ କବାଟ ବାଡେଇଥିଲେ। ପରେ ସନ୍ଦେହ ହେବାରୁ ପୁଲିସକୁ ଖବର ଦେଇଥିଲେ । ସ୍ଥାନୀୟ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ନୟାଗଡ଼ ଟାଉନ ଥାନା ପୁଲିସ ବିଳମ୍ବିତ ରାତିରେ ପହଞ୍ଚି ତାଲା ଭାଙ୍ଗି ଘରେ ପଶିଥିଲା । ଘର ଭିତରେ ବାପାର ମୃତ ଦେହ ଝୁଲନ୍ତା ଅବସ୍ଥାରେ ଥିବା ବେଳେ ୫ ବର୍ଷର ଝିଅର ମୃତଦେହ ବେଡ଼୍ରେ ପଡ଼ିରହିଥିବା ପୁଲିସ୍‌ ଦେଖିବାକୁ ପାଇଥିଲା । ଝିଅକୁ କୌଣସି ବିଷାକ୍ତ ଖାଦ୍ୟ ଦେବା ପରେ ପୁଲକ ଆତ୍ମହତ୍ୟା କରିଥିବା ନେଇ ପୁଲିସ ଅନୁମାନ କରୁଥିବା ବେଳେ ସବୁଦିଗକୁ ନେଇ ତଦନ୍ତ ଜାରୀ ରଖିଛି। ଏଥିସହ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ କରିବା ପରେ ପରିବାର ଲୋକଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଜଣାଯାଇଛି। ତେବେ ଏପରି ଚରମ ନିଷ୍ପତ୍ତି ନେବା ପଛର କାରଣ କ’ଣ ତାହା ଜାଣିବାକୁ ତଦନ୍ତ ଆରମ୍ଭ କରିଛି ପୁଲିସ୍‌ । ପୁଲିସ୍‌ ପଲକଙ୍କ ଦ୍ୱିତୀୟ ପତ୍ନୀ ଓ ତାଙ୍କ ପରିବାର ଲୋକଙ୍କୁ ପଚରାଉଚରା କରୁଥିବା ବେଳେ ଆତ୍ମହତ୍ୟା ପଛର ସେପରି କୌଣସି ଠୋସ୍‌ କାରଣ ବାହାର କରି ପାରିନି। ତେବେ ଏହାର କାରଣ ଜାଣିବାକୁ ତଦନ୍ତ ଆରମ୍ଭ କରିଛି ପୁଲିସ୍‌।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking