30.1 C
Bhubaneswar
Monday, May 20, 2024
Homeଓଡିଶାନକଲି ଔଷଧ ବିରୁଦ୍ଧରେ ଲଢେଇ ଜାରି ରହିଛି

ନକଲି ଔଷଧ ବିରୁଦ୍ଧରେ ଲଢେଇ ଜାରି ରହିଛି

ଭୁବନେଶ୍ୱର:  ନକଲି ଔଷଧ ବିରୁଦ୍ଧରେ ରାଜ୍ୟବ୍ୟାପୀ ଲଢେଇ ଜାରି ରହିଛି । ଏହି କ୍ରମରେ ଶୁକ୍ରବାର କଟକ ଓ ବରଗଡର ଦୁଇଟି ଗୋଦାମରୁ ନକଲି ଔଷଧ ଜବତ କରାଯାଇଛି । ଏ ବିଷୟରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶ୍ରୀମତି ଶାଳିନୀ ପଣ୍ଡିତ୍ କହିଥିଲେ ଯେ ସନ୍ଦେହାତ୍ମକ ଔଷଧ ପ୍ରସ୍ତୁତିରେ ଲିପ୍ତ ସଂସ୍ଥାକୁ ଔଷଧର ପରୀକ୍ଷା ବିବରଣୀ ସହ ସବିଶେଷ ତଥ୍ୟ ଦେବା ପାଇଁ କୁହାଯାଇଥିଲା । ତାଙ୍କଠାରୁ ମିଳିଥିବା ତଥ୍ୟର ବୈଧତା ତନଖି କରି ପ୍ରାୟ ୧୧ ପ୍ରକାର ସନ୍ଦେହାତ୍ମକ ଔଷଧ କଟକ ପୁରୀଘାଟସ୍ଥିତ ଏମ୍‌.ଏଚ୍‌. ଫାର୍ମାସୁଟିକାଲ୍ ଷ୍ଟୋରରୁ ଜବତ କରାଯାଇଛି । ଜବତ ଔଷଧର ମୂଲ୍ୟପ୍ରାୟ ୨୩.୨୩ ଲକ୍ଷ ଟଙ୍କା ହେବବୋଲି ଜଣାପଡିଛି । ଏହିସବୁ ଔଷଧ ପଡୋଶୀ ରାଜ୍ୟ ଉତ୍ତର ପ୍ରଦେଶରୁ ଆସିଥିବାର ଜଣାପଡିଥିଲା । ଏହାଛଡା ବରଗଡର ଅଶୋକ ମେଡିକାଲ ଷ୍ଟୋରରୁ ମଧ୍ୟ ସନ୍ଦେହାତ୍ମକ ଔଷଧ ଜବତ କରାଯାଇଛି । ଅଶୋକ ମେଡିକାଲରୁ ଜବତ ଔଷଧକୁ ସନ୍ଦେହାତ୍ମକ ଭିତ୍ତିରେ ପୂର୍ବରୁ ଅଲଗାକରି ତାହାର ବିକ୍ରୀ ବନ୍ଦ କରାଯାଇଥିଲା । ଶ୍ରୀମତି ପଣ୍ଡିତ୍ ଆହୁରି ମଧ୍ୟ କହିଥିଲେ ଯେ ଓଡିଶାର ପ୍ରବର୍ତ୍ତନ ଟିମଙ୍କୁ ଔଷଧ ଆସୁଥିବା ରାଜ୍ୟର ପ୍ରବର୍ତ୍ତନ ବ୍ୟବସ୍ଥାସହ ଯୋଗାଯୋଗ ସଘନ କରିବାକୁ କୁହାଯାଇଛି । ଏହାଦ୍ୱାରା ନକଲି ଔଷଧର ଆମଦାନି ଓ ଯୋଗାଣକୁ ବନ୍ଦ କରାଯାଇ ପାରିବ, ଏବଂ ଧରାପଡିଥିବା ନକଲି ଔଷଧ ପ୍ରସ୍ତୁତକାରୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ଔଷଧ ପ୍ରବର୍ତ୍ତନ ଟିମମାନେ ବଜାରରେ ଉପଲବ୍ଧ ଔଷଧ ଗୁଡିକର ଯାଂଚ୍ ବ୍ୟାପକ କରିବାସହ କୈାଣସି ପ୍ରକାର ସନ୍ଦେହାତ୍ମକ କାର୍ଯ୍ୟ ଦୂଷ୍ଟିକୁ ଆସିବାମାତ୍ରେ ବିକ୍ରିବନ୍ଦ ନିର୍ଦେଶ ଜାରି କରିବେ ବୋଲି ଶ୍ରୀମତି ପଣ୍ଡିତ୍ କହିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking