27.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶଆପାର୍ଟମେଣ୍ଟର ତୃତୀୟ ମହଲାରେ ଲାଗିଲା ନିଆଁ

ଆପାର୍ଟମେଣ୍ଟର ତୃତୀୟ ମହଲାରେ ଲାଗିଲା ନିଆଁ

ନୂଆଦିଲ୍ଲୀ : ଶୁକ୍ରବାର ରାତି ସମୟରେ ନ୍ୟୁୟର୍କ ସହରର ଏକ ୬ ମହଲା ବିଶିଷ୍ଟ ଆପାର୍ଟମେଣ୍ଟର ତୃତୀୟ ମହଲାରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବ ପରେ ଆପାର୍ଟମେଣ୍ଟରେ ରହୁଥିବା ଲୋକମାନେ ଭୟଭୀତ ହୋଇଯାଇଥିଲେ । ଏହାପରେ ସେମାନେ ଅଗ୍ନିଶମ ବାହିନୀଙ୍କୁ ଖବର ଜଣାଇଥିଲେ । ଖବର ପାଇବା ମାତ୍ରେ ଅଗ୍ନିଶମ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରେ ଫସି ରହିଥିବା ଲୋକଙ୍କୁ ବଞ୍ଚାଇବା ପାଇଁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ତେବେ ଆହତ ମାନଙ୍କୁ ଯଥା ସମୟରେ ଉଦ୍ଧାର କରାଯାଇଥିବାରୁ ଅନେକଙ୍କ ଜୀବନ ବଂଚି ଯାଇଛି । ଏହି ଅଗ୍ନିକାଣ୍ଡ ଫଳରେ ୧୭ ଜଣ ଆହତ ହୋଇଛନ୍ତି । ଚିକିତ୍ସା ହେଉଥିବା ସମୟରେ ଜଣଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ମୃତକଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି। ତେବେ କେଉଁ କାରଣରୁ ଆପାର୍ଟମେଣ୍ଟରେ ନିଆଁ ଲାଗିଥିଲା ତାହାର କାରଣ ସ୍ପଷ୍ଟ ହୋଇନାହିଁ । ଏନେଇ ପୋଲିସ ପକ୍ଷରୁ ଅନୁସନ୍ଧାନ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking