30.1 C
Bhubaneswar
Friday, August 28, 2026
Homeଓଡିଶାଛାଡ଼ିନି ବନ୍ୟା, ପୁଣି ଆସୁଛି ବଡ଼ ବର୍ଷା !

ଛାଡ଼ିନି ବନ୍ୟା, ପୁଣି ଆସୁଛି ବଡ଼ ବର୍ଷା !

ଭୁବନେଶ୍ୱର : ପୁଣି ଲଘୁଚାପ। ପୁଣି ବର୍ଷା। ଉତ୍ତର ଓଡ଼ିଶାକୁ ମାଡ଼ି ଆସୁଛି ବଡ଼ ବର୍ଷା। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ୨ ତାରିଖ ପର୍ୟ୍ୟନ୍ତ ଅର୍ଥାତ୍‌ ପ୍ରାୟ ୭ ଦିନ ଧରି ଲାଗି ରହିବ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବାଲେଶ୍ବର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସହିତ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଭାଗର ପୂର୍ବାନୁମାନ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୯ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking